ଆଜିର ରାଶିଫଳ; 02 ନଭେମ୍ବର 2020 ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ । ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

ବୃଷ

ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ । ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ ।|

ମିଥୁନ

ଆପଣଙ୍କ ସୁଖ ସଂବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।|

କର୍କଟ

ଆଜି ଆପଣ ନିଜର ଘରବାଲା ଓ ସାଂଗ ମାନଙ୍କ ସହିତ ମଜା ନେବେ ,ଯେଉଁଥିରେ ଆପଣଙ୍କ ଘର ଉପରେ ଖୁସିରେ ବାତାବରଣ ବାଗେଇ ହୋଇ ରହିବ । ଅଧିକ ସମୟ ଧରି ଘରେ ଚାଲିଥିବା କଳିକଜିଆରୁ ଆପଣଙ୍କୁ ମୁକ୍ତି ମିଳିଯିବ ।|

ସିଂହ

ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତହୁଅନ୍ତୁ ନାହିଁ ।|

କନ୍ୟା

ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।|

ତୁଳା

ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।|

ବିଛା

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।|

ଧନୁ

ଆଜି ଆପଣ ଅନୁଭବ କରିବେ ଛୋଟ ଛୋଟ କଥାରେ ଆପଣଙ୍କ ଘରେ କଳି ହେଉଛି । ପରିବାରର ଲୋକଙ୍କ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି । ଆଜି ଆପଣଙ୍କର କୌଣସି ପ୍ରିୟଜନଙ୍କର ମନ ମଧ୍ୟ ଖରାପ ହୋଇ ପାରେ ।|

ମକର

କୌଣସି ନିକଟ ସମ୍ପର୍କୀୟ ଆଜି ଆପଣଙ୍କୁ ସହଯୋଗର ହାତ ବଢ଼େଇବେ । କୌଣସି ସମସ୍ୟାର ସମାଧାନ କରିବାକୁ ହେଲେ ଆପଣଙ୍କୁ ଆପଣଙ୍କର ଲୋକଙ୍କର ସାହାଯ୍ୟର ଦରକାର ପଡ଼ିପାରେ ।|

କୁମ୍ଭ

ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।|

ମୀନ

ଯଦି ପରିବାର କିମ୍ବା ବନ୍ଧୁଙ୍କ ସହ ଭ୍ରମଣ କରି ବାହାରିଛନ୍ତି ,ଆଜି ଦିନରେ ଯୋଜନା ଚୁଡାନ୍ତ ହେବ । ଏସପ୍ତାହଟି ଝାମେଲାମୁକ୍ତ ରହିବ ଏବଂ ଆନନ୍ଦ ଉଲ୍ଲାସରେ ଦିନ କଟିବ । ଯାହା କିଛି ସମସ୍ୟା ଆସୁ ପଛେ କୌଣସି ଏକ ସମାଧାନରେ ପହଁଚନ୍ତୁ ।|

Share Your Views In Comments Below

comments