ଆଜିର ରାଶିଫଳ; 08 ଅକ୍ଟୋବର 2020 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।

ବୃଷ

ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି ।

ମିଥୁନ

ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ ।

କର୍କଟ

ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

ସିଂହ

ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।

କନ୍ୟା

ଆପଣଙ୍କର ସ୍ୱପ୍ନ ସାର୍ଥକ ହେବାପାଇଁ ଯେଉଁ କାର୍ଯ୍ୟ କରି ଆସୁଛନ୍ତି ତାହାର ସୁଫଳ ମିଳୁ ନଥିବାରୁ ଆପଣଙ୍କ ମନରେ ନିରାଶ ସୃଷ୍ଟିହୋଇପାରେ । କିନ୍ତୁ ସେଥିପାଇଁ ବିବ୍ରତ ହୁଅନ୍ତୁନି ।

ତୁଳା

ଆପଣଙ୍କର ପ୍ରତି ପଥରେ କୌଣସି ପ୍ରତିବଂଧକ ସୃଷ୍ଟିହୋଇପାରେ । ଆପଣ ଏଥିପାଇଁ କିଛି ପରିମାଣରେ ନିରାଶ ହୋଇ ପାରନ୍ତି । କିନ୍ତୁ ଆପଣ ଏ ପ୍ରତିବଂଧକ ଏଡାଇବା ପାଇଁ କଠିନ ପରିଶ୍ରମ କରି ଆସନ୍ତୁ ।

ବିଛା

ଯେକୌଣସି କାରଣ ହେଉନା କାହିଁକି ଆପଣଙ୍କର ଦୁଶ୍ଚିନ୍ତା ରହିବ । ଧୈର୍ଯ଼୍ୟଧରି ସମୟ ବିତାନ୍ତୁ । ସେ ସମ୍ବନ୍ଧରେ ଅଧିକ ଚିନ୍ତା କରନ୍ତୁ ନାହିଁ । ସମସ୍ୟା ଆସିବ ଓ ଉନ୍ନତି ପାଇଁ ସମସ୍ୟାରୁ ନିଶ୍ଚିତ କିଛି ଶିଖିବେ ।

ଧନୁ

ଆଜି ଦିନରେ ମିଶ୍ରିତ ମାନସିକତା ଅନୁଭବ କରିବେ । ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖନ୍ତୁ । ନାଚ , ଗୀତ ଅଧ୍ୟୟନ ଓ ବଂଧୁ ମାନଙ୍କସହ ବାର୍ତ୍ତାଳାପ ରହି କାର୍ଯ୍ୟରେ ସମୟ କଟାଇପାରନ୍ତି ।

ମକର

ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ ।

କୁମ୍ଭ

ମାନସିକ ଦୁଶ୍ଚିନ୍ତାରେ ଦିନଟି କଟିବ । ବଂଧୁମାନଙ୍କ ବାର୍ତ୍ତାଳାପରେ ଦୁଶ୍ଚିନ୍ତାରେ ଲାଘବ ମିଳିବ । ଅନ୍ତରଂଗ ବଂଧୁଙ୍କ ସହ କଥାବାର୍ତ୍ତା କରନ୍ତୁ । ଏହା ଦ୍ୱାରା ମାନସିକ ଶାନ୍ତି ପାଇବେ ।

ମୀନ

ଅସନ୍ତୋଷ ଓ ଅଶାନ୍ତିରେ ଦିନଟି କଟିବ । ବିଧିବଦ୍ଧକ ଚିନ୍ତା ମାଧ୍ୟମରେ କାରଣ ଖୋଜନ୍ତୁ । ଏହାର ସମାଧାନ ଅବଶ୍ୟ ବାହାରିବ । ଏଦୁଃସମୟ କିଛି କ୍ଷଣ ରହିଲା ପରେ ଅପସରି ଯିବ ।

Share Your Views In Comments Below

comments