ମେଷ
ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ ।
ବୃଷ
ଆଜି କୌଣସି ପାରିବାରିକ ଉତ୍ସବ ହେବାର ସମ୍ଭାବନା ଅଛି ତେଣୁ ଯିବାପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ, ଏହା ଆନନ୍ଦ କରିବାର ସମୟ ଅଟେ । ଏହି ପାରିବାରିକ ଉତ୍ସବ ଆପଣଙ୍କ ପାଇଁ ଏବଂ ଆପଣଙ୍କ ପରିବାର ପାଇଁ ବହୁତ ଖୁସି ଆଣିଦେବ ।|
ମିଥୁନ
ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ ।|
କର୍କଟ
ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।|
ସିଂହ
ଆଜି ଆପଣ ନିଜ ପରିବାର ଲୋକଙ୍କ ସହିତ କୌଣସି କାର୍ଯ୍ୟରେ ଯୋଗଦେବେ ,ନହେଲେ ବାହାରକୁ ବୁଲିବାକୁ ଯାଇପାରନ୍ତି ଯାହା ଆପଣଙ୍କୁ ବହୁତ ଖୁସି ପ୍ରଦାନ କରିବ । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ବଣଭୋଜିରେ ଯିବା ପାଇଁ ଉଚ଼ିତ୍ ହେବ ।|
କନ୍ୟା
ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।|
ତୁଳା
ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।|
ବିଛା
ଆଜି ଆପଣ ଜାଣିପାରିବେ ଆପଣଙ୍କ ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ବନ୍ଧୁମାନେ ସବୁବେଳେ ଆଗଭର ଅଟନ୍ତି । ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।|
ଧନୁ
ଆଜି ଆପଣ ଜାଣିପାରିବେ ଯେ ଆପଣ ନିଜ ବନ୍ଧୁମାନଙ୍କୁ ବହୁତ ଭଲପାଆନ୍ତି ଏବଂ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହାନ୍ତି । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ ।|
ମକର
ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।|
କୁମ୍ଭ
ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ ।|
ମୀନ
ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି ।|