ମେଷ
ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ ।
ବୃଷ
ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚ଼ିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ ।
ମିଥୁନ
ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।
କର୍କଟ
ଆପଣଙ୍କ ସୁଖ ସଂବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।
ସିଂହ
ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ ।
କନ୍ୟା
ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।
ତୁଳା
ଆଜି ଦିନରେ ଆପଣ ଅତି ସାବଧାନରେ ସମସ୍ତ କଥା ଚିନ୍ତା କରିବେ । ଏଭଳି ଅବସ୍ଥାରେ ପହଞ୍ଚିବା ପାଇଁ କେତେ କଠିନ ପରିଶ୍ରମ କରିଛନ୍ତି ତାହା ଚିନ୍ତା କରି ଆନନ୍ଦିତ ହେବେ ଏବଂ ଭବିଷ୍ୟତ ଆପଣଙ୍କ କିପରି ହେବ ତାହା ମଧ୍ୟ ଚିନ୍ତା କରିବେ ।
ବିଛା
ଆଜି ଆପଣ ନିଜର ଅତିତକଥା ମନେ ପକାଇ ଖୁସି ରହିବେ । ସପ୍ତାହଶେଷରେ ବନ୍ଧୁ ଏବଂ ସମ୍ପର୍କିୟଙ୍କୁ ଭେଟିବାକୁ ଇଛା କରିବେ । ଏହା ଆପଣଙ୍କୁ ବିଗତ ଦିନର ସ୍ମୃତି ଚାରଣ କରିବାରେ ସାହାଯ୍ୟ କରିବ ।
ଧନୁ
ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ ।
ମକର
ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ ।
କୁମ୍ଭ
ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ ।
ମୀନ
ଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ଯ୍ୟରେ ନିଜକୁ ନିୟୋଜିତ ରଖନ୍ତୁ ।