ଆଜିର ରାଶିଫଳ; 10 August ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କର ବନ୍ଧୁ ନିଜର ଥିବା ଦୁଃଖକୁ ଲାଘବ କରିବା ପାଇଁ ନିଜ ଗୁରୁଙ୍କ ଉପଦେଶ ନେବା ଉଚିତ୍ । ଆପଣ ନିଜ ତରଫରୁ ସବୁ କିଛି ଠିକ୍ କରିବାକୁ ଚେଷ୍ଟା କରୁଛନ୍ତି ।|

ବୃଷ

ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ ।|

ମିଥୁନ

ଆଜି ଆପଣଙ୍କୁ ଲାଗିବ ଯେ ଆପଣ ବହୁତ ଭାଗ୍ୟଶାଳୀ ଅଟନ୍ତି । ଆପଣଙ୍କର ଆଖପାଖ ଲୋକଙ୍କୁ ମଧ୍ୟ ଏହାହିଁ ଲାଗିବ । ଆଜି ଆପଣ ନିଜ ପରିବାର ଏବଂ କାର୍ଯ୍ୟାଳୟର ଲୋକମାନଙ୍କ ପାଇଁ ମଧ୍ୟ ଭାଗ୍ୟଶାଳୀ ପ୍ରମାଣିତ ହେବେ ।|

କର୍କଟ

ଆଜି ଆପଣଙ୍କର ବହୁଦିନର ସମସ୍ୟାର ସମାଧାନ ହୋଇଯିବ । ଏହି ସମସ୍ୟା ବହୁଦିନ ପର୍ଯ୍ୟନ୍ତ ଲାଗି ରହିବାର କାରଣ ଏହି ସମସ୍ୟା ସହିତ ଜଡ଼ିତ ବ୍ୟକ୍ତି ମାନଙ୍କର ଚ଼ିନ୍ତା ଧାରାରେ ଏକତା ନ ରହିବା, ଯାହା ହେଉ ଆପଣ ମଜ୍ଜା କରିପାରନ୍ତି ।|

ସିଂହ

ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।|

କନ୍ୟା

ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।|

ତୁଳା

ଆଜି ଆପଣ କୌଣସି ଧାର୍ମିକ ଯାତ୍ରା କରିପାରନ୍ତି କାରଣ ଆଜି କାଲି ଆପଣଙ୍କ ଆତ୍ମଜ୍ଞାନ ଆଧ୍ୟାତ୍ମିକ ଦିଗରେ ବୃଦ୍ଧି ପାଇଛି ।ଏହା ଦ୍ୱାରା ଆପଣଙ୍କୁ ସୁଖ ଏବଂ ଆତ୍ମସନ୍ତୋଷ ମିଳିବ ।|

ବିଛା

ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ |

ଧନୁ

ଆଜି ଆପଣ ନିଜର ମାର୍ଗ ଦର୍ଶନ ପାଇଁ ନିଜର ଆଧ୍ୟାତ୍ମିକତ୍ଜ୍ଞାନର ସାହାରା ନେବେ ।ବୋଧ ହୁଏ ଆପଣ କୌଣସି ଆଧ୍ୟାତ୍ମିକ ବ୍ୟକ୍ତିଙ୍କର ଉପଦେଶେ ନେଇପାରନ୍ତି । ଏହି ବ୍ୟକ୍ତିଙ୍କର ଉପଦେଶ ଉପରେ ଆପଣ ଭରଷା କରିପାରନ୍ତି ।|

ମକର

ଆଜି ଦିନରେ ପରିବାର ସହ ରହିବାକୁ ହେବ । ସେଥିପାଇଁ ପ୍ରସ୍ତୁତ ରୁହନ୍ତୁ । ଏହା ସହର ମଧ୍ୟ ହୋଇପାରେ କିମ୍ବା ଛୁଟିଦିନରେ ଦୂରସ୍ଥାନକୁ ହୋଇପାରେ । କିନ୍ତୁ ଯାତ୍ରା ସୁନିଶ୍ଚିତ |

କୁମ୍ଭ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।|

ମୀନ

ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି |

Share Your Views In Comments Below

comments